Politics BREAKING

ଝିଅଙ୍କ ପାଇଁ ନୂଆ ଯୋଜନା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ଏମାନଙ୍କୁ ମିଳିବ ଲକ୍ଷେ...

ଝିଅଙ୍କ ପାଇଁ ନୂଆ ଯୋଜନା, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ଏମାନଙ୍କୁ ମିଳିବ ଲକ୍ଷେ...


Kanya Sumangal Yojana: ଆଜି ବଜେଟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପ୍ରସ୍ତାବ ଦେଇଛନ୍ତି। ଆମ ରାଜ୍ୟର ଝିଅଟିଏ ସ୍ନାତକ ବା ଗ୍ରାଜୁଏସନ୍ ପାସ୍ କଲେ ସରକାର ଲକ୍ଷେ ୧ ଟଙ୍କା ପ୍ରଦାନ କରିବେ। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ବଜେଟ୍ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ। ଆଉ କହିଛନ୍ତି, ମହିଳା ସଶକ୍ତିକରଣ ଅଧୀନରେ ଆମ ସରକାରଙ୍କ ଏକ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଝିଅ ସ୍ନାତକ ପର୍ଯ୍ୟନ୍ତ ଶିକ୍ଷା ସମାପ୍ତ କରିବା। ଏହି ଉଦ୍ଦେଶ୍ୟ ପାଇଁ, 'ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ' ନାମରେ ଏକ ନୂଆ ଯୋଜନା ଆରମ୍ଭ କରିବାକୁ ପ୍ରସ୍ତାବ ଦେଉଛନ୍ତି। ଯାହା ଆର୍ଥିକ ଦୁର୍ବଳ ବର୍ଗର ପରିବାରରେ ଜନ୍ମ ହୋଇଥିବା ଝିଅଙ୍କ ନାମରେ ୨୦ ହଜାର ଟଙ୍କାର ଏକ ସଞ୍ଚୟ ଉପକରଣ ସୃଷ୍ଟି କରାଯିବ। ସ୍ନାତକ ସମାପ୍ତ କରିବା ପରେ ତାଙ୍କୁ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ।


Share this article